ବରଗଡ଼ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର


 ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଳକ ସଭାଗୃହ ଠାରେ ଆଜି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋଏଲ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି ଜନଶୁଣାଣୀ କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସାହାଇ ମୀନା, ଉପଜିଲ୍ଲାପାଳ କୁମାର ନାଗଭୂଷଣ, ପ୍ରକଳ୍ପ ନିର୍ଦ୍ଦେଶକ ସୁଶାନ୍ତ ସିଂ, ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀଣୀ ଡ଼ା.ନିରୁପମା ଷଡ଼ଙ୍ଗୀ, ଜିଲ୍ଲା ପରିଷଦ ସଭ୍ୟା ନୀଲ କୁମାରୀ ନାୟକ, କଲ୍ପନା ପଧାନ ପ୍ରମୁଖ ମଞ୍ଚାସୀନ ରହି ସାଧାରଣ ଜନତା ଙ୍କ ଅଭିଯୋଗ ଶୁଣିଥିଲେ। ଏହି ଶିବିରରେ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ମିଶାଇ ମୋଟ ୮୯  ପଞ୍ଜିକୃତ ଅଭିଯୋଗର ଶୁଣାଣୀ ହୋଇଥିଲା। ଅମ୍ବାଭୋନା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଙ୍କର ବାଗ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଟିକେଶ୍ବର ପଟେଲ, ତହସିଲଦାର ଆନନ୍ଦ ପଣ୍ଡା, ଥାନାଧିକାରୀ ବିପିନ ବାଗ, ତଥା ସମସ୍ତ ବିଭାଗୀୟ ଅଧିକାରୀ, ସରକାରୀ କର୍ମଚାରୀମାନେ ଉପସ୍ଥିତ ରହି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ କୁ ସଫଳ କରିଥିଲେ

Comments

Popular posts from this blog

ଜଗବନ୍ଧୁ ଦାସ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ବାର୍ଷିକ କ୍ରୀଡ଼ା ଉତ୍ସବ

ହରି ହର ଭେଟ ପାଇଁ ପ୍ରସ୍ତୁତି ବୈଠକ

ଜିଲ୍ଲା ସ୍ତରୀୟ ରେଡକ୍ରସ ଶିବିର ଉଦଘାଟିତ