ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି


 ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

ବରଗଡ଼ ଜିଲ୍ଲା ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଅରକ୍ଷୀ ଅଧିକ୍ଷକ ପ୍ରହଲ୍ଲା ସହାୟ ମୀନାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋଏଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଭଟଲି ବ୍ଲକ ଚେୟାରମେନ ନିତ୍ୟାନନ୍ଦ ପ୍ରଧାନ, ବରଗଡ଼ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁଶାନ୍ତ ସିଂ, ଉପଜିଲ୍ଲପାଳ କୁମାର ନାଗ ଭୁଶଣ, ବନଖଣ୍ଡ ଅଧିକାରୀ ବିକ୍ରମଦେବ ପଟନାୟକ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ନିରୁପମା ଶଡଙ୍ଗୀ ଏବଂ ଭଟଲି ବିଡିଓ ସରୋଜା ବେହେରା ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

 ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ ଆଦି ସମାସ୍ୟା ଅଧାରିତ ସମୁଦାୟ ୩୬ ଗୋଟି  ଅଭିଯୋଗ ମଧ୍ୟରୁ ୨୯ ଗୋଟି ବ୍ୟକ୍ତିଗତ ଏବଂ ୦୭ ଗୋଟି ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି ।

Comments

Popular posts from this blog

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ରେ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ

ଜଗବନ୍ଧୁ ଦାସ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ବାର୍ଷିକ କ୍ରୀଡ଼ା ଉତ୍ସବ

ହରି ହର ଭେଟ ପାଇଁ ପ୍ରସ୍ତୁତି ବୈଠକ