ଆଉ ନାହାନ୍ତି ବରଗଡ଼ ଧନୁଯାତ୍ରାର କଂସ ଅଭିନେତା ଏଲି


 ଆଉ ନାହାନ୍ତି ବରଗଡ଼ ଧନୁଯାତ୍ରାର କଂସ ଅଭିନେତା ଏଲି

 

:  ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସର୍ବାଧିକ ୨୩ଥର କଂସ ମହାରାଜ ଅଭିନୟ କରିଥିବା ଗୋପାଳ ସାହୁ ଓରଫ୍ ଏଲି ଆଉ ନାହାନ୍ତି। ସୋମବାର ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି। ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କାଇଁଶିର ଗ୍ରାମର ସେ ବାସିନ୍ଦା। ଝାରସୁଗୁଡ଼ାରେ ରହୁଥିବା ସାନପୁଅଙ୍କ ଘରେ ସେ ଥିଲେ ଏବଂ ଅସୁସ୍ଥତା ଅନୁଭବ କରିଥିଲେ। ସେଠାରେ ଏକ ଘରୋଇ ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସ୍ବର୍ଗତ ସାହୁ ପୋଲିସ ବିଭାଗରେ ରହି ବିଭିନ୍ନ ଥାନାରେ କାର୍ଯ୍ୟରତ ଥିଲେ। ଅବସର ଗ୍ରହଣ ପରେ ସେ ପୁଅ ମାନଙ୍କ ସାଥିରେ ରହୁଥିଲେ।

Comments

Popular posts from this blog

ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ବିଶ୍ଵ ପରିବେଶ ଦିବସ ପାଳିତ

ନିଟ୍ (ୟୁଜି-ମେଡିକାଲ) ପରୀକ୍ଷା ୨୦୨୫ରେ ବରଗଡ଼ କ୍ରୀଷ୍ଣା ବିକାଶ, ସଫଳତା