ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ମହାପ୍ରଭୁ ଙ୍କ ଠାରେ ନୂଆଁଖାଇ ଲାଗି ଧାର୍ଯ୍ୟ ହେଲା ଲଗ୍ନ


ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ମହାପ୍ରଭୁ ଙ୍କ ଠାରେ ନୂଆଁଖାଇ ଲାଗି ଧାର୍ଯ୍ୟ ହେଲା ଲଗ୍ନ ।

 ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଓ ପବିତ୍ର ତୀର୍ଥ କ୍ଷେତ୍ର ବରଗଡ ଜିଲ୍ଲା ଶ୍ରୀ ଶ୍ରୀ ନୃସିଂହନାଥ ପୀଠରେ ବିରାଜମାନ ମହାପ୍ରଭୁ ମାର୍ଜ୍ୟରକେଶରୀ ଙ୍କ ନିକଟରେ ନବାନ୍ନ ଭୋଗ ଅର୍ପଣ କରିବା ପାଇଁ ହୋଇଛି ଧାର୍ଯ୍ୟ ଲଗ୍ନ। ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପରିସରରେ ସ୍ଥାନୀୟ ପଣ୍ଡିତ ମହାସଭା ଓ ନୃସିଂହନାଥ ପ୍ରଶାସନ ଦ୍ୱାରା କରାଯାଇଛି ଲଗ୍ନ ଧାର୍ଯ୍ୟ।

 ସୂଚନା ମୁତାବକ ଆସନ୍ତା ସେପ୍ଟେମ୍ବର ମାସ ୮ ତାରିଖ ରବିବାର ଦିନ ସକାଳ ୯ ଘଣ୍ଟା ୯ ମିନିଟ ୩୩ ସେକେଣ୍ଡ ରୁ ୯ ଘଣ୍ଟା ୨୪ ମିନିଟ ୧୮ ସେକେଣ୍ଡ ମଧ୍ୟରେ ରୀତିନୀତି ଅନୁସାରେ ମହାପ୍ରଭୁ ଓ ପାର୍ଶ୍ୱ ଦେବାଦେବୀ ମାନଙ୍କ ନିକଟରେ ନବାନ୍ନ କରାଯିବ ଅର୍ପଣ ।

ଏହି ମହାପ୍ରଭୁ ମାର୍ଯାରକେଶରୀ ଙ୍କୁ ନବାନ୍ନ ଲାଗି ହେଲା ପରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଭକ୍ତମାନେ ଏକାଠି ନବାନ୍ନ ଭକ୍ଷଣ କରୁଥିବା ରହିଥାଏ ପରମ୍ପରା।

Comments

Popular posts from this blog

ସାଂସଦ ଓ ବିଧାୟକ ଙ୍କ ବରପାଲି ଗସ୍ତ

ନଗର ଯାଦବ ସମାଜ ପକ୍ଷରୁ ନୂତନ କର୍ମକର୍ତ୍ତା ଚୟନ

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ରେ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ