ବରପାଲି-1 କ୍ଳଷ୍ଟରର ସୁରଭି କାର୍ଯ୍ୟକ୍ରମ

 

ବରପାଲି ଗଙ୍ଗାଧର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ  ବରପାଲି-1 କ୍ଳଷ୍ଟରର ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି |କାର୍ଯ୍ୟକ୍ରମରେ କ୍ଳଷ୍ଟରର 10 ଟି ବିଦ୍ୟାଳୟର 120 ରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଦୁର୍ଯ୍ୟୋଧନ ସିଂ  ମୁଖ୍ଯ ଅତିଥି ଓ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରତ୍ନ କୁମାର ଭୋଇ ସମ୍ମାନିତ ଅତିଥି ରୂପେ ଯୋଗଦାନ କରିଥିଲେ।ଚିତ୍ରାଙ୍କନ,ବକ୍ତୁତା,ଗୀତ,ଚିତ୍ର କଳା,ଶିଳ୍ପ କଳା,ଶ୍ରୁତଲିଖନ,ରଚନା ଲିଖନ,କ୍ବିଜ ଓ ସାଂସ୍କୃତିକ କାର୍ଯ୍ୟକ୍ରମ    ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ବିଜେତା ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।କାର୍ଯ୍ୟକ୍ରମରେ ଅବସର ପ୍ରାପ୍ତ ଶିକ୍ଷକ ଅଶୋକ କୁମାର ଦାସ,ଅବସର ପ୍ରାପ୍ତ ଶିକ୍ଷୟିତ୍ରୀ ହୀରାବତୀ ମହାପାତ୍ର,ସୁବାସିନୀ ଦାସ,ଶୈଳବାଳା କୁଅଁର  ଓ ସୁମିତ୍ରା ପତିଙ୍କୁ ସମ୍ମାନିତ କରାଯାଇଥିଲା।କ୍ଳଷ୍ଟରର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସହଯୋଗରେ ସି ଆର ସି ସି ଶ୍ରୀନିବାସ ପଧାନ ସୁରଭି 2024 କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Comments

Popular posts from this blog

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ବିଶ୍ଵ ପରିବେଶ ଦିବସ ପାଳିତ

ନିଟ୍ (ୟୁଜି-ମେଡିକାଲ) ପରୀକ୍ଷା ୨୦୨୫ରେ ବରଗଡ଼ କ୍ରୀଷ୍ଣା ବିକାଶ, ସଫଳତା

ବରପାଲି ରେ ସେବା ସପ୍ତାହ ଆଜି ଉଦଯାପିତ