ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ରେ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ


 ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ରେ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ


ବରପାଲି ୧/୧୦()- ଆଜି ବରପାଲି ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନ ବିଭାଗ ତରଫରୁ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କୁ ବରିଷ୍ଠ ଛାତ୍ରଛାତ୍ରୀ ମାନଙ୍କ ପକ୍ଷରୁ ସ୍ଵାଗତ ସମ୍ବର୍ଦ୍ଧନା ସମାରୋହ ଆୟୋଜିତ ହୋଇଥିଲା । ଏହି ଅବସରରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ବିଭାଗୀୟ ମୁଖ୍ୟ ଅଧ୍ୟାପକ ଅଲେଖ କୁମାର ମହାନନ୍ଦ ଉକ୍ତ ସଭାରେ ସଭାପତିତ୍ବ କରିଥିଲାବେଳେ ମହାବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରୀ ଜୟନ୍ତୀ ଦାଶ୍ ଏବଂ ପ୍ରଶାସନିକ ପ୍ରଭାରୀ ତଥା ଇଂରାଜୀ ବିଭାଗର ମୁଖ୍ୟ ପ୍ରାଧ୍ୟାପକ ସୁଶିଲ କୁମାର ଶତପଥୀ ଯଥାକ୍ରମେ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ପ୍ରେରଣା ଦେଇଥିଲେ । ଅଧ୍ୟାପିକା ଦେବାଙ୍ଗିନି ସାହୁ, ଅଞ୍ଜନା ଭୋଇ, ସୀମା ଭୋଇ, ମଣିଷ ଜୀବନର ଶିକ୍ଷାର ଗୁରୁତ୍ଵ ଉପରେ ଆଲୋଚନା କରିଥିଲେ । ପ୍ରାରମ୍ଭରେ ବିଭାଗର ଛାତ୍ରଛାତ୍ରୀ ଐଶ୍ୱର୍ୟା ନନ୍ଦିନୀ, କମଳା, ଅଞ୍ଜଳି, ଆଦିତ୍ୟ, ଗୌତମ, ଦିଲୀପ ଓ ବିକାଶ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ । ପରିଶେଶରେ ଗୌରବ ଭୋଇ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Comments

Popular posts from this blog

ସାଂସଦ ଓ ବିଧାୟକ ଙ୍କ ବରପାଲି ଗସ୍ତ

ନଗର ଯାଦବ ସମାଜ ପକ୍ଷରୁ ନୂତନ କର୍ମକର୍ତ୍ତା ଚୟନ