ମହିମା କାବ୍ୟର ବାନ୍ଧ କଲା ପାଇଁ ବାନ୍ଧ ଶିଳ୍ପୀ ଡ ସୁରେନ୍ଦ୍ର ମେହେର ହେଲେ ସମ୍ମାନିତ



 ମହିମା କାବ୍ୟାର  ବାନ୍ଧା  କଲା ପାଇଁ ବାନ୍ଧ ଶିଳ୍ପୀ ଡ ସୁରେନ୍ଦ୍ର ମେହେର ହେଲେ ସମ୍ମାନିତ.



ବରଗଡ -ବିଶ୍ୱ ପ୍ରସିଦ୍ଧ ସମ୍ବଲପୁରୀ ବାନ୍ଧ ଓ ବୟନ କଳାକୁ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ତାର ପ୍ରତିଷ୍ଠା ବଜାୟ ରଖିବା ପାଇଁ ଆନ୍ତର୍ଜାତିକ ସୁଖ୍ୟାତି ଲାଭ କରିଥିବା ବରଗଡ ଜିଲ୍ଲା ବରପାଲି ବାନ୍ଧ ଶିଳ୍ପୀ ଡ଼. ସୁରେନ୍ଦ୍ର ମେହେରଙ୍କ ଆଉ ଏକ ପ୍ରଚେଷ୍ଟା ସଫଳ ହୋଇ ପାରିଛି l ସ୍ଵଭାଵ କବି ଗଙ୍ଗାଧର ମେହେରଙ୍କ ଅମୂଲ୍ୟ କୃତି 'ମହିମା' କାବ୍ୟକୁ ଦୀର୍ଘ ୩୦ ଫୁଟ ଲମ୍ବର ବାନ୍ଧ କଳାରେ ବୁଣି ଗତବର୍ଷ କବିଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ଅବସରରରେ, କୂଳପତି, ଗଙ୍ଗାଧର ମେହେର ବିଶ୍ୱ ବିଦ୍ୟାଳୟ, ସମ୍ବଲପୁରଙ୍କ କରକମଳରେ ଉନ୍ମୋଚନ ହୋଇଥିଲା l ପରବର୍ତ୍ତୀ ସମୟରେ ଓଡିଶା ରାଜ୍ୟ ସଂଗ୍ରହାଳୟ, ଭୁବନେଶ୍ୱର ଠାରେ ତାହା ସଂଗୃହିତ ହୋଇ ରହିଛି l ସେହି 'ମହିମା' କାବ୍ୟର ବାନ୍ଧ କଳା ପାଇଁ ନୂଆଁଦିଲ୍ଲୀ ଠାରେ ଅବସ୍ଥିତ, "INDIA BOOK OF RECORD" ପ୍ରତିଷ୍ଠାନ ତରଫରୁ ଅନୁଷ୍ଠିତ ତାଙ୍କର ଆନ୍ତର୍ଜାତୀୟ ସମାବର୍ତନ ଉତ୍ସବରେ ତାଙ୍କୁ ଉକ୍ତ ସମ୍ମାନରେ ସମ୍ମାନୀତ କରିଛନ୍ତି l ଏହା ଆମ ଅଞ୍ଚଳ ପାଇଁ ତଥା ବାନ୍ଧ କଳା ଜଗତ ପାଇଁ ବହୁତ ଗୌରବର ବିଷୟ l ଏହି ସମ୍ମାନ ପାଇଁ, ଡ଼. ମେହେରଙ୍କୁ କଳା ଭାରତୀ ସଂଗ୍ରହାଲୟ, ବରପାଲି ତଥା ବହୁ ଅନୁଷ୍ଠାନ ଏବଂ ବୁଣାକାର ମାନେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି l

Comments

Popular posts from this blog

ସାଂସଦ ଓ ବିଧାୟକ ଙ୍କ ବରପାଲି ଗସ୍ତ

ନଗର ଯାଦବ ସମାଜ ପକ୍ଷରୁ ନୂତନ କର୍ମକର୍ତ୍ତା ଚୟନ

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗ ରେ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ